ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହାର ପ୍ରତିବାଦରେ ଓସ୍‌ମାନିଆ ୟୁନିସର୍ଭିଟି ମିଳିତ କାର୍ଯ୍ୟାନୁଷ୍ଠାନ କମିଟି (ଓସିଜେଏସି)ର ସ୍ବୀକୃତିପ୍ରାପ୍ତ ଏକ ସଂଗଠନର ସଦସ୍ୟମାନେ ରବିବାର ତେଲୁଗୁ ଅଭିନେତା ଅଲ୍ଲୁଙ୍କ ଜୁବିଲି ହିଲ୍ସସ୍ଥିତ ବାସଭବନରେ ଧସେଇ ପଶି ଭଙ୍ଗାରୁଜା କରିଛନ୍ତି। ବିକ୍ଷୋଭକାରୀମାନେ ଅଭିନେତାଙ୍କ ଘର ପାଚେରି ଉପରେ ଚଢ଼ି ତାଙ୍କ ଘରକୁ ଟମାଟୋ ମାଡ଼ କରିଥିଲେ। ଏଥିସହିତ ସେମାନେ ଅଗଣାରେ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ରଖାଯାଇଥିବା ଗଛଗୁଡ଼ିକୁ ନଷ୍ଟ କରିଦେଇଥିଲେ। ସେଠାରେ ଉତ୍ତେଜନାର ବାତାବରଣ ସୃଷ୍ଟି ହୋଇଥିଲା। ବିକ୍ଷୋଭକାରୀମାନେ ଅଭିନେତାଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ଦଳାଚକଟାରେ ପ୍ରାଣ ହରାଇଥିବା ମହିଳାଙ୍କ ପାଇଁ ନ୍ୟାୟ ଦାବି କରିଥିଲେ। ପୋଲିସ ପହଞ୍ଚତ୍ ୮ ଜଣ ବିକ୍ଷୋଭକାରୀଙ୍କୁ ଅଟକ ରଖିଛି।
ସୂଚନାଯୋଗ୍ୟ, ଦଳାଚକଟା ଘଟଣାରେ ଅଲ୍ଲୁଙ୍କୁ ଗିରଫ କରାଯାଇଥିବାବେଳେ ସେ ତେଲଙ୍ଗାନା ହାଇକୋର୍ଟରୁ ଜାମିନ ପାଇ ପରଦିନ ମୁକୁଳିଥିଲେ। ତେବେ ବିନା ଅନୁମତିରେ ଅଭିନେତା ଥିଏଟରରେ ପହଞ୍ଚତ୍ବାକୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ଶନିବାର ସମାଲୋଚନା କରିଥିଲେ। ଦଳାଚକଟା ପରେ ପୁଷ୍ପା-୨ ଫିଲ୍ମ ହିଟ୍‌ ହେବ ବୋଲି ଅଲ୍ଲୁ କହିଥିବା ଏଆଇଏମ୍‌ଆଇଏମ୍‌ ବିଧାୟକ ଆକବରୁଦ୍ଦିନ୍‌ ଓଓ୍ବାଇସି ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ ଅଲ୍ଲୁ ତୁରନ୍ତ ଏକ ଖବରଦାତା ସମ୍ମିଳନୀ ଡାକି ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ ଚରିତ୍ର ସଂହାର ପାଇଁ ଉଦ୍ୟମ ହେଉଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri