ବଜ୍ରପାତ ସହ ବର୍ଷା: ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯ (ଅନୁରାଧା ମହାରଣା):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଦୁଇଦିନ ଧରି ଉତ୍ତର ଦିଗରେ ଗତି କରିବ। ଏହାର ପ୍ରଭାବରେ ଗୁରୁବାରଠାରୁ ବର୍ଷା ପରିମାଣ ବଢିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୦ ଜିଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଏବଂ ନବରଙ୍ଗପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ବଜ୍ରପାତ ଓ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ମୟୂରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଏହିସବୁ ଜିଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‌ସିଂହପୁରକୁ ସତର୍କ କରାଯାଇଛି।

Share