Advertisement

୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ।

ଅନ୍ୟପଟେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ସୋମବାର ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝରଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା ଆଦି ଜିଲାରେ ବର୍ଷା ହୋଇପାରେ।

ତେବେ ଭଦ୍ରକ, ବାଲେଶ୍ୱର, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ଅନୁଗୋଳ, ଢ଼େଙ୍କାନାଳ ଆଦି ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share