୧୦ରୁ ଊର୍ଦ୍ଧ୍ୱ ଜିଲାରେ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର,୫।୫: ରାଜ୍ୟର ବିଭିନ୍ନ ଜିଲାରେ କାଳବେଶାଖୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରି ଲୋକଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ଏହି ଜିଲାଗୁଡିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଏବଂ ରାୟଗଡ଼ା ରହିଛି। ଏହି ଜିଲାଗୁଡିକରେ କାଳବେଶାଖୀ ପ୍ରଭାବରେ ୩୦ରୁ ୪୦କି.ମି ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦେଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share