ବିଜୁଳି ସହ ଘଡ଼ଘଡ଼ି ସହ ବର୍ଷା: ୨୭ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର,୨୨ା୩(ଅନୁରାଧା ମହାରଣା):ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ପଡ଼ିବ। ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ତେବେ ଆସନ୍ତା ୨୪ ତାରିଖ ଯାଏ ଏଭଳି ପାଗ ରହିବ। ଏହାପରେ ପାଗ ପୁଣି ବଦଳିପାରେ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL Cheerleader Salary: ଗୋଟିଏ ମ୍ୟାଚ୍‌ ପାଇଁ କେତେ ଟଙ୍କା ନିଅନ୍ତି ଚିୟରଲିଡର୍ସ: ଜାଣନ୍ତୁ କେଉଁ ଦଳ ଦିଏ ଅଧିକ ଟଙ୍କା

ନୂଆଦିଲ୍ଲୀ,୨୨।୪: IPL 2025ରେ ସମସ୍ତ ୧୦ଟି ଦଳ ସେମାନଙ୍କ ମ୍ୟାଚ ପାଇଁ ଚିୟରଲିଡର୍ସଙ୍କୁ ନିଯୁକ୍ତି ଦେଇଛନ୍ତି। ଏହା ପ୍ରତିବର୍ଷ ଘଟେ। ଏଥିରେ ବିଦେଶୀ ଯୁବତୀମାନେ ଲକ୍ଷ...

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ...

ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ !

ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ...

କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍‌ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…

ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି...

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ

ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ...

ଜେଲ ଯିବେ ରାହୁଲ-ସୋନିଆ? ନ୍ୟାଶନାଲ ହେରାଲଡ ମାମଲାରେ କେମିତି ଫସିଛନ୍ତି Gandhi Family ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୪: ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡିର ଅଭିଯୋଗର ପ୍ରତିବାଦ କରିବା ପାଇଁ ଆୟୋଜିତ କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ...

ଅଂଶୁଘାତ ଭୟ: ଅସହ୍ୟ ଗୁଳୁଗୁଳିରେ ଜୀବନ ଅସ୍ତବ୍ୟସ୍ତ

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ):ତାତି ବଢ଼ି ଚାଲିଛି। ଗୁଳୁଗୁଳି ମଧ୍ୟ ଅସହ୍ୟ ହୋଇ ପଡୁଛି। ଏଭଳି ସ୍ଥିତିରେ ଉଭୟ ଘରେ ଏବଂ ବାହାରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।...

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image