ମୋଦି ସରକାରଙ୍କ ହାତ ମୁଠା ଶକ୍ତ କର, ସବୁ ଯୋଜନାର ଫାଇଦା ନିଅ

ଦାରିଙ୍ଗବାଡ଼ି,୨୫।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ମା’ ପାଟ୍ଟଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ଭାଜପାର ଦାରିଙ୍ଗବାଡି ମଣ୍ଡଳ କର୍ମକର୍ତ୍ତାଙ୍କ ସାଙ୍ଗଠନିକ ବୈଠକ ଜିଲା ସଭାପତି ଜଗନ୍ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜିଲା ଗସ୍ତରେ ଥିବା ରାଷ୍ଟ୍ରୀୟ  ଅନୁସୂଚିତ ଜାତି ମୋର୍ଚ୍ଚାର ସାଧାରଣ ସମ୍ପାଦକ ସଞ୍ଜୟ ନିର୍ମଲ ଯୋଗଦେଇଥିଲେ। ବୈଠକରେ ସ୍ଥାନୀୟ କର୍ମକର୍ତ୍ତାଙ୍କୁ ବିଭିନ୍ନ କର୍ଣ୍ଣମନ୍ତ୍ର ଦେଇଥିଲେ
ସେହିପରି ଅଞ୍ଚଳରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ କିଭଳି ପହଞ୍ଚିବ ଏବଂ କେନ୍ଦ୍ରର ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବାକୁ ସେ ପରାମର୍ଶ ଦେଇଥିଲେ। ଉପସ୍ଥିତ ଜନସାଧାରଣଙ୍କ ଅଭିଯୋଗଗୁଡିକ ଶୁଣିଥିଲେ ଏବଂ ଲୋକଙ୍କୁ କହିଲେ ଯେ, ମୋଦି ସରକାରଙ୍କ ହାତମୁଠାକୁ ଶକ୍ତିଶାଳୀ କରନ୍ତୁ ଏବଂ କେନ୍ଦ୍ର ଯେଉଁ  ସବୁ ସୁବିଧା ଗୁଡ଼ିକ ଲୋକଙ୍କ ପାଇଁ କରିଛି ସେ ସମସ୍ତ ଯୋଜନାର ସୁବିଧା ନେବାକୁ କହିଥିଲେ। ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଥିଲେ ଯେ ଓଡ଼ଶାରେ ବିକାଶ ହୋଇନି କେନ୍ଦ୍ରର ବିଭିନ୍ନ ଯୋଜନାକୁ ହଡପ କରାଯାଉଛି। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲା ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ, ଲୋକସଭା ପ୍ରଭାରୀ ନିରଞ୍ଜନ ମିଶ୍ର, ଲୋକସଭା ସଞ୍ଜୋଜକ ରମେଶ ଚନ୍ଦ୍ର ମହାନ୍ତି, ଜିଲା କୃଷକ ମୋର୍ଚ୍ଚା ସଭାପତି ଅବନେଶ୍ୱର ପ୍ରଧାନ,ମଣ୍ଡଳ ସଭାପତି ସନ୍ତୋଷ ସାହୁ  ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri