ଭୁବନେଶ୍ୱର,୯।୮ (ବ୍ୟୁରୋ): ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।
ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଏହି ଅବପାତ କେନ୍ଦ୍ରୀଭୂତ ହୋଇଛି।
ଅବପାତ ପ୍ରଭାବରେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୨ ଦିନ ପ୍ରବଳ ବର୍ଷିବ ଆଶଙ୍କା କରାଯାଉଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି। ଏହା ସହ ଅବପାତ ପ୍ରଭାବରେ ଓଡ଼ିଶାର ସମସ୍ତ ବନ୍ଦର ପାରାଦୀପ, ପୁରୀ, ଚାନ୍ଦବାଲି, ଧାମରା ଏବଂ ଗୋପାଳପୁର ପାଇଁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।