ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। କାଲି ଅପରାହ୍ନ ୪ଟାରେ ଭଭୟ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। www.chseresults.nic.inରେ ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତଦୁଇ କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।

Share