ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ…

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ରୋହିଙ୍ଗ୍ୟା ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ ସ୍ଥାନୀୟ ଜଏଣ୍ଟ ଆକ୍ସନ କମିଟି ଦାବି କରିଛି। ଏହି ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ରୋହିଙ୍ଗ୍ୟା ବାଂଲାଦେଶୀମାନଙ୍କ ଅବାଧ ଅନୁପ୍ରବେଶ ଯୋଗୁ ଜିଲାରେ ଅଶାନ୍ତ, ଭୟର ବାତାବରଣ ସୃଷ୍ଟି ହୋଇଛି। ବାଂଲାଦେଶରେ ଘଟିଥିବା ହିଂସା ପ୍ରଭାବର ସୁଯୋଗ ନେଇ ସେମାନେ ଜିଲାକୁ ଅନୁପ୍ରବେଶ କରିଥିବା ଅଭିଯୋଗ ହୋଇଛି। ଏପରିକି ଆଧାର କାର୍ଡ଼ ଜାଲିଆତି କରି ସେମାନେ ଜିଲାର ବିଭିନ୍ନ ସ୍ଥାନରେ ରହିଛନ୍ତି ବୋଲି ଜଏଣ୍ଟ ଆକ୍ସନ କମିଟି ଅଭିଯୋଗ କରିଛି। ଫଳରେ ସେମାନଙ୍କୁ ଚିହ୍ନଟ କରି ତୁରନ୍ତ ଜିଲାରୁ ବିତାଡ଼ିତ କରିବା ପାଇଁ କମିଟି ଦାବି କରିଛି। ଏହାସହିତ ପୋଲିସ ପାଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରିବାକୁ ଦାବି ହୋଇଛି। ସ୍ମାରକପତ୍ର ପ୍ରଦାନ ସମୟରେ କମିଟିର ଆବାହକ କିଶୋର ବିଭାର, କେଦାର ମିଶ୍ର, ହୀରାଲାଲ ସା, ପ୍ରୀତମ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri