ନିର୍ବାଚନ ସମୟରେ କଳା ଟଙ୍କା,ମଦ ରୋକିବାକୁ…

ଭୁବନେଶ୍ୱର,୧୭।୨: ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନିର୍ବାଚନ କମିଶନର । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱ ଦେଇଛନ୍ତି। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗଙ୍କ ବୈଠକ ହୋଇଛି।
ଏହି ବୈଠକରେ ବିଏସଏଫ୍ର ଅଧିକାରୀ, ରିଜର୍ଭ ବ୍ୟାଙ୍କର ଅଧିକାରୀ, ପୋଷ୍ଟାଲର ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିିଜିଙ୍କ ଭଳି ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ ।

Share