ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ

ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ ୨, ଅଶୋକ ନଗରରୁ ଜଣେ, ଟଙ୍କପାଣି ରୋଡରୁ ୨, ଜାଗମରାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Share