ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ ୫୪, ନୂଆପଡାରୁ ୫୨, ବରଗଡରୁ ୪୯, କେନ୍ଦୁଝରରୁ ୪୫, ସମ୍ବଲପୁରରୁ ୩୮, ମୟୂରଭଞ୍ଜରୁ ୩୫, ବାଲେଶରରୁ ୩୪ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଯାଜପୁରରୁ ୩୪, କଳାହାଣ୍ଡିରୁ ୩୪, ନୟାଗଡରୁ ୩୧, ଭଦ୍ରକରୁ ୨୮, ଢେଙ୍କାନାଳରୁ ୧୬, କୋରାପୁଟରୁ ୧୬, ଝାରସୁଗୁଡାରୁ ୧୫, ମାଲକାନଗିରିରୁ ୧୫, ନବରଙ୍ଗପୁରରୁ ୧୫, ଗଞ୍ଜାମରୁ ୧୪, ସୋନପୁରରୁ ୧୧, କନ୍ଧମାଳରୁ ୯, ଗଜପତିରୁ ୬, ରାୟଗଡାରୁ ୬, ଦେବଗଡରୁ ୩ ଓ ବୌଦ୍ଧରୁ ୩, ଷ୍ଟେଟପୁଲରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share