କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨, ସିଡିଏ ସେକ୍ଟର ୧୦ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ ମଧ୍ୟରେ ନୟାବଜାରରୁ ୩, ବିଡାନାସୀରୁ ୭, ଚାଉଳିଆଗଞ୍ଜରୁ ୮, ତୁଳସୀପୁରରୁ ୭, ଖପୁରିଆରୁ ୨, ରାଜ ବଗିଚାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୧୫୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୮୭୮୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୪୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୬୮୩ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।