ରାଜ୍ୟରେ ସୁସ୍ଥ ହେଲେ ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୧୯୦, ନୟାଗଡରୁ ୧୫୧, ରାୟଗଡାରୁ ୧୪୬, ସୁନ୍ଦରଗଡରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ୱରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦, ଭଦ୍ରକରୁ ୨୮ ନୂଆପଡାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦ୍ରାପଡାରୁ ୧୯, କେନ୍ଦୁଝରରୁ ୧୮, ଦେଓଗଡରୁ ୧୭, ଝାରସୁଗୁଡାରୁ ୧୩, ବରଗଡରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬, ଅନୁଗୋଳରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୫୦୫୦୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share