ରାଜ୍ୟରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ସର୍ବାଧିକ ୩୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଲାହାଣ୍ଡିରୁ ୨୨ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩୩ ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ୧ ,ସମ୍ବଲପୁରରୁ ୫ ଓ ସୁନ୍ଦରଗଡ଼ରୁ ୭ ଅଛନ୍ତି।
ସେହିପରି କରୋନାରେ ଆକ୍ରାନ୍ତ ହୋଇ ଜଣେ ପ୍ରାଣ ହରାଇଛନ୍ତି। ମୃତକ ଜଣକ କଳାହାଣ୍ଡିର ବୋଲି ଜଣାପଡିଛି।

Share