କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ

କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୨୦୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୪୮୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୪୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୪୯୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।