ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୭୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୬୭୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୩୫୨୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୨୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୧୦୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share