ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଟିଆ କିଟ୍‌ କ୍ୟାମ୍ପସରୁ ୧୧, ବମିଖାଲରୁ ୩, ନୟାପଲ୍ଲୀ ବେହେରା ସାହିରୁ ୨, ଡୁମୁଡୁମାରୁ ୩, ଡମଣାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share