ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡରୁ ୧୧୪, ପୁରୀରୁ ୧୧୪, ବାଲେଶ୍ୱରରୁ ୧୧୧, କୋରାପୁଟରୁ ୧୦୩, କେନ୍ଦ୍ରାପଡାରୁ ୯୧, ବରଗଡରୁ ୮୭, ଅନୁଗୋଳରୁ ୮୦, କେନ୍ଦୁଝରରୁ ୮୦, ରାୟଗଡାରୁ ୭୬, ଢେଙ୍କାନାଳରୁ ୭୫, ସୁନ୍ଦରଗଡରୁ ୬୮, ଝାଡସୁଗୁଡାରୁ ୬୭, ଭଦ୍ରକରୁ ୬୪, ମାଲକାନଗିରିରୁ ୬୧, ଜଗତସିଂହପୁରରୁ ୩୮, ନୂଆପଡାରୁ ୩୭, କନ୍ଧମାଳରୁ ୩୩, ଗଜପତିରୁ ୨୫, ନବରଙ୍ଗପୁରରୁ ୨୧, ଯାଜପୁରରୁ ୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୦, ଦେଓଗଡରୁ ୫, ସୋନପୁରରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share