ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୧ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।