ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୭୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୩୬୩୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୨୧୨ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 18th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/lc5sVT7eUj— BMC (@bmcbbsr) September 18, 2020