ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪୯୪୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୮୭୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share