ଭୁବନେଶ୍ୱର,୬ା୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫ ରହିଛି। ସେହିପରି ଭୁବନେଶ୍ୱରରୁ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୯୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୩୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୨୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୬୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।
Update on newly detected #COVID19 cases in the last
24 hrs under the BMC area on 6th Dec (till 9am) pic.twitter.com/1wnbIuNntp— BMC (@bmcbbsr) December 6, 2020