ଭୁବନେଶ୍ୱରରୁ ଆଜି ୩୧୨ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୪

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୨୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୮୯୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୦ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୧୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share