ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୦୫୭୭୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୫ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୩୧ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।
Update on newly detected #COVID19 cases in the last
24 hrs under the BMC area on 7th Oct 2020(till 9am). pic.twitter.com/DQa8YGMaz6— BMC (@bmcbbsr) October 7, 2020