ଭୁବନେଶ୍ୱରରୁ ଆଜି ୩୨୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୮

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୫୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୧୫୪୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୪୯୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share