ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨। ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାରୁ ୨, ବ୍ରହ୍ମେଶ୍ୱର ପାଟଣାରୁ ୩, ବମିଖାଲରୁ ଜଣେ, ନୟାପଲ୍ଲୀ ବେହେରା ସାହିରୁ ୫, ଜାଗମରା ମଲ୍ଲିକ କମ୍ପେକ୍ସରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରୁ ୨୯୫ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୯୦୦୧ଟି ପଜିଟିଭ କେସ ସାମ୍ନାକୁ ଆସିଥିବାବେଳେ ୫୪୧୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୩୮ଜଣ ପ୍ରାଣ ହରାଇଥିବା ବେଳେ ୩୫୩୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share