ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ ୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜ ଓ ସୁନ୍ଦରଗଡରୁ ୩୮ଜଣ ଲେଖାଏଁ, ଅନୁଗୋଳ, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ୫ ଜଣ ଲେଖାଏଁ, ଜଗତସିଂହପୁର ଓ କୋରାପୁଟରୁ ୪ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ ଓ କେନ୍ଦୁଝରରୁ ୩, ପୁରୀ ଓ ନୟାଗଡରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୮୭୫୦ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Share