ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୋଳରୁ ୮, କେନ୍ଦ୍ରାପଡାରୁ ୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତି ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ ଓ ଦେବଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୮୩୬୦ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Share