ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡାରୁ ୧୨୨, ସୁନ୍ଦରଗଡରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗୀରରୁ ୧୦୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡରୁ ୮୧, ନୂଆପଡାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁର, ସମ୍ବଲପୁରରୁ ୭୨ ଜଣ ଲେଖାଏଁ, ରାୟଗଡାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡରୁ ୫୨, ସୁବର୍ଣ୍ଣପୁରରୁ ୫୦ , କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୬, ମାଲକାନଗିରିରୁ ୨୬, ଅନୁଗୋଳରୁ ୧୯, ଦେବଗଡରୁ ୧୬, ଗଜପତିରୁ ୧୫ ଓ ରାଜ୍ୟପୁଲରୁ ୧୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share