ଆଜି ରାଜ୍ୟରେ ୩୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୯୫୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବରଗଡ଼ରୁ ୨, ବଲାଙ୍ଗୀରରୁ ୧, କଟକରୁ ୭, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୨, ସମ୍ବଲପୁରରୁ ୫, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧ ଜଣ ଅଛନ୍ତି।