ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ ୧୩୬୮୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୫୨୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 7th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/0oYHQpWvpp— BMC (@bmcbbsr) September 7, 2020