ଆଜି ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୧୨ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶୁକ୍ରବାର ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୪ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାର ମଧ୍ୟକୁ ୩,୯୭, ୪୫୧ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ବର୍ଷା ଜାରି ରହିଥିବାରୁ ଅଧିକ ଗେଟ୍‌ ଖୋଲାଯାଇପାରେ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ।

Share