ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮, ଭଦ୍ରକରୁ ୧୨୭, ବାଲେଶ୍ୱରରୁ ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬, ପୁରୀରୁ ୧୦୫, ଝାଡସୁଗୁଡାରୁ ୯୧, ବଲାଙ୍ଗୀରରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦, ବୌଦ୍ଧରୁ ୫୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୫୭, ନୟାଗଡରୁ ୪୧, ଦେଓଗଡରୁ ୧୪, ଗଜପତିରୁ ୧୩, ଷ୍ଟେଟପୁଲରୁ ୧୪୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share