ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଞ୍ଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗିରରୁ ୧୦୮, ଗଞ୍ଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡ଼ାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡ଼ାରୁ ୬୬, ସୁନ୍ଦରଗଡ଼ରୁ ୬୪, ଭଦ୍ରକରୁ ୬୨, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡ଼ରୁ ୨୪, ନବରଙ୍ଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।