ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗୀରରୁ ୧୨୩, ବାଲେଶ୍ୱରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡରୁ ୧୧୨, କନ୍ଧମାଳରୁ ୮୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡରୁ ୫୫ ଓ ନୟାଗଡରୁ ୫୪ ଜଣ ସୁସ୍ଥ ହୋଇଛନ୍ତି।
ଏହାବ୍ୟତୀତ ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫, ଦେଗଗଡରୁ ୨୧, ଷ୍ଟେଟପୁଲରୁ ୧୬୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share