ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗୀରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ ୧୩ ଲେଖାଏଁ, ଯାଜପୁର ଓ ଗଜପତିରୁ ୧୦ ଲେଖାଏଁ, ଅନୁଗୋଳରୁ ୯, କେନ୍ଦ୍ରାପଡାରୁ ୬, କୋରାପୁଟରୁ ୪, କଟକରୁ ୩, ଭଦ୍ରକରୁ ୨, ମୟୁରଭଞ୍ଜ, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୧୩୩୦ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Share