ରାଜ୍ୟରେ ସୁସ୍ଥ ହେଲେ ପୁଣି ୫୧୫ କରୋନା ଆକ୍ରାନ୍ତ: ୧୨ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୩, ବରଗଡରୁ ୧୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜ ଓ ରାୟଗଡାରୁ ୯ ଜଣ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତିରୁ୬, ପୁରୀରୁ ୬, କୋରାପୁଟରୁ ୫, ଅନୁଗୋଳ ଓ କେନ୍ଦ୍ରାପଡାରେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨୪୫୨ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Share