ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ ୨୦, ବଲାଙ୍ଗୀରରୁ ୨୦, ନୂଆପଡାରୁ ୨୦, ଯାଜପୁରରୁ ୧୭, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୨, ଜଗତସିଂହପୁରରୁ ୧୨, ଭଦ୍ରକରୁ ୧୧, କନ୍ଧମାଳରୁ ୯, ଢେଙ୍କାନାଳରୁ ୬, ଗଞ୍ଜାମରୁ ୫, ନୟାଗଡରୁ ୪, ରାୟଗଡାରୁ ୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବୌଦ୍ଧରୁ ୩, ଗଜପତିରୁ ୩, କୋରାପୁଟରୁ ୩, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩, ଦେବଗଡରୁ ୨ ଓ ସୋନପୁରରୁ ୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share