ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୨୦ ହଜାର ୧୨୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୯୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୩୯, ବାଲେଶ୍ୱରରୁ ୭୮, ବରଗଡ଼ରୁ ୩୧୮, ଭଦ୍ରକରୁ ୬୫, ବଲାଙ୍ଗୀରରୁ ୪୫୭, ବୌଦ୍ଧରୁ ୬୪, କଟକରୁ ୧୯୮, ଦେବଗଡ଼ରୁ ୩୬, ଢେଙ୍କାନାଳରୁ ୧୨, ଗଜପତିରୁ ୭୯, ଗଞ୍ଜାମରୁ ୨୦୯, ଜଗତ୍‌ସିଂହପୁରରୁ ୬୨, ଯାଜପୁରରୁ ୧୦୭, ଝାରସୁଗୁଡ଼ାରୁ ୩୫୯, କଳାହାଣ୍ଡିରୁ ୨୭୭, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୬୪, କେନ୍ଦୁଝରରୁ ୨୬୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୭୬, ମାଲକାନଗିରିରୁ ୨୯, ମୟୂରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୨୦୬ , ନୟାଗଡ଼ରୁ ୧୧୦ , ନୂଆପଡ଼ାରୁ ୪୦୦, ପୁରୀରୁ ୨୨୬, ରାୟଗଡ଼ାରୁ ୭୭, ସମ୍ବଲପୁରରୁ ୧୫୮ ସୁବର୍ଣ୍ଣପୁରରୁ ୭୪ ଓ ସୁନ୍ଦରଗଡ଼ରୁ ୩୭୧ ଅଛନ୍ତି।

Share