ଭୁବନେଶ୍ୱରରେ ଆଜି ୮୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୭୭୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୬୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୩୦୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share