ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍‌ ଚିହ୍ନଟ : ଲୋକାଲ କେସ ୬୮

ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୭୩୧୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୫୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share