ପୁରୀ ଅଫିସ,୮।୬: ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏ ନେଇ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।
ତେବେ ଏହି ସ୍ବତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର ହୋଇ ବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ବନକଲାଗି ସରିବା ପରେ ପୁନର୍ବାର ଦର୍ଶନ ଜାରି ରହିବ।