ଆଜି କ୍ୟାବିନେଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ବୁଧବାର ଅପରାହ୍ନ ୬ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲାଗିବ। ତେବେ ବୈଠକର ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।
ବୈଠକରେ ଯୋଗ ଦେବାକୁ ମଙ୍ଗଳବାର ମନ୍ତ୍ରୀମାନଙ୍କୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ଚିଠା ଆଇନକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଏଥିସହିତ ସ୍ବାସ୍ଥ୍ୟ, ପଞ୍ଚାୟତିରାଜ, ଇସ୍ପାତ ଓ ଖଣି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଆଦି ବିଭାଗର ୭ରୁ ୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ। ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିଡିଓ କଫରେନ୍ସ ଜରିଆରେ ବୈଠକରେ ଅଧ୍ୟକ୍ଷତା କରିବେ। ମନ୍ତ୍ରୀମାନେ ନିଜ ଜିଲାରୁ ଓ ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରୁ ଯୋଗଦେବେ।

Share