Categories: ଜାତୀୟ

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୮୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୯୬ ମୃତ

ନୂଆଦିଲ୍ଲୀ,୪।୯: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୮୩ ହଜାର ୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୮ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୧୦୯୬ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩୯ ଲକ୍ଷ ୩୬ ହଜାର ୭୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ଲକ୍ଷ ୩୭ହଜାର ୧୫୨ ଜଣ ସୁସ୍ଥ ହୋଇଥିବା ବେଳେ ୬୮ ହଜାର ୪୭୧ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୮ ଲକ୍ଷ ୩୧ ହଜାର ୧୨୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share