ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଗତି କରୁଛି ବାତ୍ୟା ଦାନା। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।

ଅନ୍ୟପଟେ ଗଭୀର ଅବପାତ ପ୍ରଭାବରେ ଉପକୂଳ ଜିଲାରେ ମେଘୁଆ ପାଗ ରହିଛି। କିଛି ଉପକୂଳ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ମଧ୍ୟ ରହିଛି। ତେବେ ଉତ୍ତର ଓ ବାତ୍ୟା ବେଶୀ ପ୍ରଭାବ ପକାଇପାରେ। ୭ଟି ଜିଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି ହୋଇଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।

Share