ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଦଳୀୟ କର୍ମୀ ଓ ନେତା ସଂକଳ୍ପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ତିରୋଧାନ ଦିବସରେ ବିଜେଡିର ସାମାଜିକ ଦାୟିତ୍ୱ ଓ ପ୍ରତିବଦ୍ଧତା ଦୃଷ୍ଟିରୁ ପ୍ରତ୍ୟେକ ଜିଲା ତଥା ନିର୍ବାଚନମଣ୍ଡଳୀରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ସମୂହ ରକ୍ତଦାନ ଶିବିର କରାଯିବ, ଯାହାକି ୧୫ ଦିନ ଧରି ଚାଲିବ । ପ୍ରଥମ ଦିନରେ ୧୦ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି । ଶ୍ରାଦ୍ଧ ଦିବସରେ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ସକାଳ ୬ଟା ୩୦ ମିନିଟରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରି, ସମୂହ ସଫେଇ ଅଭିଯାନ, ୮ଟା ୩୦ରେ ବିଜୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତିସଭା ଓ ଅପରାହ୍ନ ୫ଟାରେ ଦୀପଦାନ ସହ ସମୂହ ସଂକଳ୍ପ ନେବାକୁ ବିଜେଡି ପକ୍ଷରୁ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି ।

Share