ଆଜି ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣା, ଡିସିପି ପ୍ରତୀକ ସିଂ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ବିଧାନସୌଧ ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିବେ। ପରେ ଅତିଥିଙ୍କ ଦ୍ୱାରା ସୂଚନା ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦ୍‌ଘାଟନ କରାଯିବ। ସାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିରୂପେ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri