ଆଜି ବିଜୟା ଦଶମୀ: ମାଣିକେଶ୍ୱରୀଙ୍କ ପୀଠରେ ଅନୁଷ୍ଠିତ ହେଲା ଲାଖମରା ପର୍ବ

ଭବାନୀପାଟଣା,୫।୧୦(ସ୍ବ.ପ୍ର.)-କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବୁଧବାର ବିଜୟା ଦଶମୀ ଅବସରରେ ଭବାନୀପାଟଣାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟ ଯାତ୍ରା ବା ରାଜ୍ୟଜୟର ପ୍ରତୀକ ଭାବେ ଏହି ପର୍ବ ପାଳିତ ହୁଏ ।

ବିଜୟା ଦଶମୀ ତିଥୀରେ ମାଣିକେଶ୍ୱରୀଙ୍କ ଲାଖବିନ୍ଧା ବା ଲାଖମରା ପର୍ବ ଅନୁଷ୍ଠିତ ହୋଇଥାଏ । ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତ୍ରକୁ ଧରି ବାହୁକ,ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ପଶ୍ଚିମ ଉପକଣ୍ଠରେ ଥିବା ଲାଖମରା ପଡିଆକୁ ଯାଇଥିଲେ। ଲାଖମରା ପଡିଆରେ ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ବିଧାନ ପୂର୍ବକ ପୂଜାର୍ଚ୍ଚନା ଓ ଛାଗଳ ବଳି ଦିଆଯାଇଥିଲା । ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜ ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥିଲା ଲାଖମରା ପର୍ବ ।

ଏକ ସୁଉଚ୍ଚ ଖମ୍ବରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥିଲା ପ୍ରତିଯୋଗିତା । ମାଟି ହାଣ୍ଡିରେ ମାଣିଙ୍କେଶ୍ୱରୀଙ୍କ ପ୍ରସାଦ ଥାଏ । ଏହି ପ୍ରତିଯୋଗିତାରେ ଅନେକ ଯୁବକ ସାମିଲ ହୋଇଥିବା ବେଳେ ଚଳିତ ବର୍ଷ କଳାହାଣ୍ଡି ରାଜ ପରିବାର ଯୁବରାଜ ଫତେ କେଶରୀ ଦେଓ ଲାଖ ଭେଦ କରିଥିଲେ। ପରେ ଛତ୍ର ଜେନା ବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ ।

ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣ ମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି। ପରେ ପରେ ମୂଳାଷ୍ଟମୀଠାରୁ ମାଣିକେଶ୍ୱରୀଙ୍କୁ ମୁଣ୍ଡବସା ପର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବା ପାଇଁ ମନ୍ଦିର ଦ୍ୱାରରେ କଣ୍ଟାବାଡ ଦିଆଯାଇଥାଏ। ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ। ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହ ଦେଖାଦେଇଥିବା ବେଳେ ବିଗତ ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁ ଶ୍ରଦ୍ଧାଳୁ ଏହି ପର୍ବରେ ସାମିଲ ହେବାରୁ ବଞ୍ଚିତ ହୋଇଥିଲେ। ହେଲେ ଚଳିତ ବର୍ଷ କଟକଣା ମୁକ୍ତ ହେବାରୁ ଶହ ଶହ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri