ପୁରୀ ଅଫିସ,୧୯।୧୦: ଆଜ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ।